Latest Odisha News

BREAKING NEWS

Harihara besa: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ; ରହିଛି ଏହି ବେଶର ମାହାତ୍ମ୍ୟ…

ପୁରୀ: ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଦାରୁ ବିଗ୍ରହଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ ।

ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ ।

ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ, ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି ।

Comments are closed.