Latest Odisha News

ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା; ଦୁଇ ପ୍ରଭୁଙ୍କୁ ରାକ୍ଷୀ ବାନ୍ଧିଲେ ଦେବୀ ସୁଭଦ୍ରା

ପୁରୀ: ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା । ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇ ଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଛନ୍ତି ।

ଭାଇଭଉଣୀ ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୂପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇଛନ୍ତି। ସେପଟେ ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବେ ।

ଆଉ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ଭୋଗ ମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି  ସମାପନ କରିବେ।

ଆଜିର ଦିନରେ ସାନ ଭଉଣୀ ସୁଭଦ୍ରା ଦୁଇ ଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥାନ୍ତି । ପାଟରା ବିଶୋୟୀଙ୍କ ଦ୍ୱାର ନିର୍ମିତ ସ୍ୱତନ୍ତ୍ର ରାଖୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଆଜି ଲାଗି କରାନ୍ତି।

ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମ ନୀତି ଅନୁଷ୍ଠିତ ହେବ । ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ପରେ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ ।

ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବା ପରେ ଜାତ କର୍ମ ଅନୁଷ୍ଠିତ ହେବ । ପରେ ପଞ୍ଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ ।

ଏହା ପରେ ବିମାନ ବଡ଼ୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ।

Leave A Reply

Your email address will not be published.