Latest Odisha News

BREAKING NEWS

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି

ପୁରୀ: ଆଜି ମହାପଞ୍ଚୁକ ବ୍ରତର ଶେଷ ଦିନ  । ଅର୍ଥାତ୍ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ବା ଡଙ୍ଗା ଭସା । ଆଜି ସୁନାବେଶ ବା ରାଜରାଜେଶ୍ବର ବେଶରେ ପର୍ଶନ ଦେଉଛନ୍ତି ମହାପ୍ରଭୁ । ସୁନାବେଶ ଦର୍ଶନ କରିବା ଲାଗି ଶ୍ରୀକ୍ଷେତ୍ର ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ବିଶ୍ବାସ ରହିଛି ଆଜିର ଦିନରେ ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ପ୍ରାପ୍ତି ହୋଇଥାଏ   । ରବିବାର ରାତିଠୁ ସୋମବାର ରାତି ପର୍ଯ୍ୟନ୍ତ ପହୁଡ ନୀତି ବନ୍ଦ ରହିଛି  । ସେପଟେ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଠାକୁରଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହି ପଞ୍ଚୁକ ଯାତ୍ରା ଅନ୍ୟତମ  । ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମର୍ଚ୍ଚିକୋଟ ଛକଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରୁଛନ୍ତି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁବିଧା ଓ ସୁରକ୍ଷାକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ପାନୀୟ ଜଳ, ଅସ୍ଥାୟୀ ଶୌଚାଳୟ ସହ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ସେଡ୍ ର ବ୍ୟବସ୍ଥା ମଧ୍ୟ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ୪୦ ପ୍ଲାଟୁନ ଫୋର୍ସ ସହ ୭ ଜଣ ଅତିରିକ୍ତ ଏସପି, ୧୫ ଡିଏସପି, ୧୫୦ ଅଧିକାରୀ, ୪୦ ରୁ ଉର୍ଦ୍ଧ ଇନ୍ସପେକ୍ଟର ଦାୟିତ୍ବରେ ରହିଛନ୍ତି। ଏଥିସହ ୫୦ରୁ ଉର୍ଦ୍ଧ ସ୍ବେଛାସେବୀ ମଧ୍ୟ ନିୟୋଜିତ ଅଛନ୍ତି।

Leave A Reply

Your email address will not be published.