ପୁରୀ: ଆଜି ୫ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ, ଯାହା ଏକ ଗୁପ୍ତନୀତି ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ। ଅପରପକ୍ଷେ ବନକଲାଗି ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରଖାଯାଇଛି। ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ପରେ ଅପରାହ୍ନ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ସାଧାରଣ ଭକ୍ତ । ଏହାପରେ ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ।
Comments are closed.