Latest Odisha News

ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜୀଉ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନକୁ ୪ ଘଣ୍ଟା ପାଇଁ ବନ୍ଦ ରଖାଯାଇଛି । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମୟରେ ଅର୍ଥାତ୍‌ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମାଘ-କୃଷ୍ଣ ଚତୁର୍ଥୀ ତିଥି ଥିବାରୁ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ି ମଇଲମ, ତଡ଼ପଲାଗି ଓ ପହୁଡ଼ ଆଳତି ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏଥିସହ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ। ବନକ ଲାଗି ନୀତି ସମ୍ପାଦନ ଲାଗି ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରିବେ। ସେମାନେ ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର ସାରି ଫେରିବା ପରେ ଅନ୍ୟାନ୍ୟ ନୀତି ହେବ।

Leave A Reply

Your email address will not be published.