Latest Odisha News

BREAKING NEWS

ଆଜି ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆଜି ମହାପ୍ରଭୂଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ  । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ୪ ଘଣ୍ଟା ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ  ।  ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଜଗା ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କର ଏହି ସେବା କରିବେ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଅପରାହ୍ନରେ ଦ୍ୱିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ବନକଲାଗି ନୀତି କରାଯିବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Leave A Reply

Your email address will not be published.