Latest Odisha News

BREAKING NEWS

ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକ ଶୁକ୍ଲ ଚର୍ତୁଦ୍ଦଶୀ ତିଥି ।  ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଆଜି ସକାଳେ ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି ।

ଯେତେବେଳେ ଇନ୍ଦ୍ରଦ୍ୟୁମ୍ନ ମହାରାଜ ଦାରୁଦେବତାଙ୍କୁ ପ୍ରଥମେ ଦର୍ଶନ କରିଥିଲେ, ସେତେବେଳେ ମହାପ୍ରଭୁ ତାଙ୍କୁ  ନୃସିଂହ ବେଶରେ ଦର୍ଶନ ଦେଇଥିଲେ। ସେହି ସ୍ମୃତିରେ ମହାକାର୍ତ୍ତିକ ପଞ୍ଚୁକର ଚର୍ତୁଦ୍ଦଶୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ବେଶ ଅନୁଷ୍ଠିତ ହୋଇ ଆସୁଅଛି। ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି ।  ମହାପ୍ରଭୁଙ୍କୁ ଏହି ବେଶ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ  ବୋଲି ବିଶ୍ୱାସ ରହିଛି।

 

 

Comments are closed.