Latest Odisha News

BREAKING NEWS

[ଭିଡ଼ିଓ] ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ସଜିତ କରାଯାଇଥାଏ । ଆଜି ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜାଇଥିଲେ ।

ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି । ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗ ମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । ‌ସେପଟେ ଆଜିର ଏହି ଦୁର୍ଲଭ ସୁବର୍ଣ୍ନ ବେଶ ଦର୍ଶନରୁ ଭକ୍ତ ଶ୍ରଦ୍ଧାଳୁ ବଞ୍ଚିତ ହୋଇଛନ୍ତି । ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିର ବନ୍ଦ ରଖାଯାଇଛି ।

ସେପଟେ ପର୍ଯ୍ୟଟକ ତଥା ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ୨୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୪ ଅତିରିକ୍ତ ଏସପି, ୧୦ ଜଣ ଡିଏସପି, ୫୦ ଅଫିସର ମୁତୟନ ରହିବେ । କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବା ଯୋଗୁଁ ଭକ୍ତ ମାନେ ଶୃଙ୍ଖଳାର ସହ ପତିତପାବନଙ୍କ ଦର୍ଶନ କରିବେ |

କରୋନା ସଂକ୍ରମଣ କାରଣରୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଏହା ଉପରେ ରୋକ୍ ଲାଗିଥିବା ସତ୍ୱେ କିଛି ଭକ୍ତ ମହୋଦଧିରେ ଡ଼ଙ୍ଗା ଭଷାଉଥିବା ଦେଖିବାକୁ ମିଳିଥିଲା|

Leave A Reply

Your email address will not be published.