Latest Odisha News

BREAKING NEWS

ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଗୁଆଲି ନୀତି

ଆଜି ପବିତ୍ର ଚମ୍ପକ ଦ୍ୱାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ଗୁଆଲି ନୀତି । ଚମ୍ପକ ଦ୍ୱାଦଶୀ ଥିବାରୁ ମହାପ୍ରଭୁଙ୍କ ଗୁଆଲି ଯାତ୍ରା ବେଶ ଆଡମ୍ବରପୂର୍ଣ୍ଣ ଭାବେ ସମ୍ପୂର୍ଣ୍ଣ ହେବ । ପାଲିଙ୍କିରେ ଶ୍ରୀମଦନ ମୋହନ ଓ ଶ୍ରୀଦେବୀ ନଗର ପରିକ୍ରମା କରିବେ । ଗତ ୨ ବର୍ଷ ହେବ କରୋନା ପାଇଁ ନୀତି ଉପରେ ପ୍ରତିବନ୍ଧକ ଲାଗିଥିଲା । ମାତ୍ର ଚଳିତବର୍ଷ କୋଭିଡ ସ୍ଥିତି ନଥିବାରୁ ଭକ୍ତମୟ ପରିବେଶରେ ମହାପ୍ରଭୁ ନଗର ପରିକ୍ରମ କରିବେ ।

ମହାପ୍ରଭୁ ଓ ମା ଲକ୍ଷ୍ମୀ ପାଲିଙ୍କରେ ପ୍ରଥମେ ଶୀନହରକୁ ଆସିବେ । ବନ୍ଦପନା ନୀତି ପରେ ଜମ୍ବେଶର ମହାଦେବଙ୍କ ମନ୍ଦିରକୁ ଯାଇ ପଂଚଗ୍ରାସ ନୀତି ସଂପୂର୍ଣ୍ଣ ହେବ ।

ସେପଟେ ସ୍ନାନଯାତ୍ରା ଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି ।  ସ୍ନାନଯାତ୍ରା ଓ ଆସନ୍ତା ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ଦଇତାପତି ମାନେ ପ୍ରବେଶ କରିଛନ୍ତି । ଆଜି ସଂଧ୍ୟା ଧୂପ ପରେ ଦଇତପତି ମାନେ ମହାପ୍ରଭୁଙ୍କ ବାହୁଟକଣ୍ଟ ନୀତି କରିବେ।

ସେହିପରି ସ୍ନାନଯାତ୍ରା ପହଣ୍ଡି ପାଇଁ କୋଠସୁଆଂସିଆ ସେବକମାନେ ଆଜି ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି। ସୋମବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟା ଲାଗି କରିବେ। ଏସମସ୍ତ ନିତୀ ପାଇଁ ଦଇତାପତି ମାନେ ଆଜି ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି।

 

Leave A Reply

Your email address will not be published.