Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ୩ ତାରିଖ ଯାଏଁ ପ୍ରବଳ ବର୍ଷିବ !

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  । ଉତ୍ତର ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ପଶ୍ଚିମ ଉତ୍ତର ଓଡିଶା ଉପକୂଳ ମୁହାଁ ହେବ  । ଏହାର ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ  ।

୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସୂଚନା ରହିଛି ।  କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ  କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।  ୧ ଓ ୨ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ତେଣୁ ଏସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.