Latest Odisha News

୨୫ରେ ଲଘୁଚାପ: ବର୍ଷାରେ ଭିଜିବ ରଥଯାତ୍ରା, ଝଡତୋଫାନ ପାଇଁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆସନ୍ତାକାଲି ଲଘୁଚାପ। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି। ଆଜି ରାୟଗଡ଼ା କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଖୋର୍ଦ୍ଧା , ପୁରୀ, ଜଗତସିଂହପୁର , ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ନାୟଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ପୁରା ରାଜ୍ୟକୁ ପ୍ରବଳ ବର୍ଷା ସହ ଝଡ଼ତୋଫାନ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣଂ ଜାରି ହୋଇଛି। ୱାର୍ଣ୍ଣିଂ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମେତ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିଭଳି ଆସନ୍ତାକାଲି ପାଇଁ ମଧ୍ୟ ପୁରା ରାଜ୍ୟକୁ ଝଡ଼ବର୍ଷା ପାଇଁ ଚେତାବନୀ ଜାରି ହୋଇଛି । ଉତ୍ତର ଓଡ଼ିଶାର ୩ ଜିଲ୍ଲା ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି। ବାକି ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଗାମୀ ୩-୪ ଦିନ ଓଡ଼ିଶାରେ ବିଭିନ୍ନ ଜିଲ୍ଲା ମାନଙ୍କରେ ଭାରି ବର୍ଷା ସମ୍ଭାବନା ରହିଛି। ସେହିପରି ୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ୨୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିଭଳି ଭାବେ ରାଜ୍ୟରେ ୨୮ ତାରିଖ ଯାଏ ବର୍ଷା ଜାରି ରହିବ । ୨୫ ଓ ୨୬ ତାରିଖରେ ଓଡ଼ିଶା ଉପକୂଳ ତଥା ଏହାର ସଂଲଗ୍ନ ଅଞ୍ଚଳରେ ୩୫-୪୫ କିମିରୁ ୫୫ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ରହିଛି ।

Comments are closed.