Latest Odisha News

BREAKING NEWS

ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ପ୍ରବଳ ବର୍ଷିବ, ୩ ଘଣ୍ଟା ପାଇଁ ଓ୍ବାର୍ଣ୍ଣିଂ ଜାରି

 

ଭୁବନେଶ୍ବର: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପ୍ରବଳ ବର୍ଷିବା ନେଇ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରରେ ପ୍ରବଳ ବର୍ଷିବା ସମ୍ଭାବନା ।

ସେପଟେ ଆଗାମୀ ୩ ଘଣ୍ଟା ପାଇଁ  ଘଡଘଡି ସହ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  । କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଯାଜପୁର, ବାଲେଶ୍ବର, ଖୋର୍ଦ୍ଧା, ଭୁବନେଶ୍ବର, କନ୍ଧମାଳ, ରାୟଗଡା, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଓ ମୟୂରଭଞ୍ଜକୁ ଆଗାମୀ ତିନି ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.