Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପ ସୃଷ୍ଟି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ। ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୧୫ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୩, ୧୪ ଏବଂ ୧୫ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ବିଜୁଳି, ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମତ୍ସ୍ୟଜୀବୀଙ୍କୁ ଆଜିଠୁ ୧୬ ତାରିଖ ଯାଏ ସମୁଦ୍ର ମନା।

 

Comments are closed.