Latest Odisha News

BREAKING NEWS

Weather Update: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି; ୪୮ ଘଣ୍ଟା ମଧ୍ୟରେ ଏହି ସ୍ଥାନରେ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ । ୨୩ ତାରିଖ ସୋମବାର ବେଳକୁ ପାଗ ମୁଖ୍ୟତଃ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିସହ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୋମବାର ଖୋର୍ଦ୍ଧା, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ନେଇ ସତର୍କ କରାଯାଇଛି ।

ସେହିପରି, ମଙ୍ଗଳବାର ମୟୂରଭଞ୍ଜ, କଟକ ଏବଂ ଖୋର୍ଦ୍ଧା ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବ । ୨୫ ତାରିଖରୁ ପୁଣି ଥରେ ପାଗ ଶୁଖିଲା ରହିବା ସହ ଧୀରେ ଧୀରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ।

Leave A Reply

Your email address will not be published.