Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ, ମିଆଁମାର-ବାଂଲାଦେଶ ଉପକୂଳ ଦେଇ…

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମଧ୍ୟ ଥାଇଲ୍ୟାଣ୍ଡ ଉପରେ ସକ୍ରିୟ ଥିବା ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ମିଆଁମାର ଉପକୂଳ ନିକଟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାକୁ ଲାଗି ରହିଥିବା ମିଆଁମାରର ଇରାୱାଡି ଅଞ୍ଚଳରେ ପ୍ରବେଶ କରିବାର ସମ୍ଭାବନା ରହିଛି।

ଏହା ପରେ ଆଗାମୀ ଦୁଇ ଦିନ ମଧ୍ୟରେ ଏହା ମିଆଁମାର-ବାଂଲାଦେଶ ଉପକୂଳ ଦେଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଏହାକୁ ଲାଗି ରହିଥିବା ବାଂଲାଦେଶ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସେନେଇ ପାଣିପାଗ ବିଭାଗ ତରଫରୁ ସ୍ପଷ୍ଟ କରାଯାଇନି।

 

Comments are closed.