Latest Odisha News

BREAKING NEWS

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୪ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ହେବ । ଆଗାମୀ ୪ଦିନ ଯାଏ ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭବାରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାର ମଧ୍ୟମ ଧରଣ ବର୍ଷା ହେବ । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୨୮ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଦେଇଛି ପାଣିପାଗ ବିଭାଗ । ଏଥିରୁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ୨୯ ତାରିଖରେ ୧୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ସତର୍କତା । ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ । ସେହିପରି ୩୦ ତାରିଖ ପାଇଁ ୧୦ ଜିଲ୍ଲାରୁ ୟେଲୋ ଓ୍ୱାର୍ଣ୍ଣି ଦିଆଯାଇଛି ।

Leave A Reply

Your email address will not be published.