Latest Odisha News

BREAKING NEWS

ଅବପାତରେ ପରିଣତ ହେଲା ଲଘୁଚାପ, ୨୫ ତାରିଖରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ କ୍ରମଶଃ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ସକାଳେ ରିକର୍ଭ କରି ଉତ୍ତର-ଉତ୍ତରପଶ୍ଚିମକୁ ଗତି କରିବା ସହ ବାତ୍ୟାରେ ପରିଣତ ହେବ । ବାତ୍ୟା ’ସିତ୍ରଙ୍ଗ’ ୨୫ ତାରିଖ ଭୋର୍ ସମୟରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ବାତ୍ୟା ଓଡ଼ିଶା ଉପକୂଳରୁ ଧାମରା ଠାରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ଅତିକ୍ରମ କରିବ । ପ୍ରଭାବରେ ୨୪ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି ।

ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ପବନର ବେଗ ୫୦ରୁ ୬୦ କିଲୋମିଟର ରହିପାରେ । ୨୨ ତାରିଖରୁ ୨୬ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.