ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ, ଆହୁରି ୨ ଦିନ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ । ଏହି ସମୟରେ ଉକ୍ତ ଜିଲ୍ଲା ଗୁଡିକରେ ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।
୧୬ ତାରିଖ ସକାଳ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ । ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।
Comments are closed.