Latest Odisha News

BREAKING NEWS

ତାତିରେ ଲାଗିବ ବ୍ରେକ୍; ୨୨ରେ ସୃଷ୍ଟି ହେବ ଲଘୁଚାପ, ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ତାତିରୁ ମିଳିବ ଆଶ୍ବସ୍ତି । ଆସନ୍ତା ୨୨ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି କ୍ରମେ ଘନିଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେଇପାରେ । ଏହାର ପ୍ରଭାବରେ ୨୫ ରୁ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି ।

ତେବେ ଏହି ଲଘୁଚାପ ଦ୍ବାରା ଅସହ୍ୟ ଗ୍ରୀଷ୍ମପବାହ ଓ ଗୁଳୁଗୁଳିରୁ ରକ୍ଷା ପାଇବେ ରାଜ୍ୟବାସୀ । ତେବେ ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଦିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ୨୦ ତାରିଖରେ ୬ ଜିଲ୍ଲା ୨୧ ତାରିଖରେ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗଲବିଭାଗ ।

Leave A Reply

Your email address will not be published.