Latest Odisha News

BREAKING NEWS

Weather Update: ଦୁର୍ବଳ ହେଉଛି ଲଘୁଚାପ, ଆସନ୍ତା ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ବର୍ଷା। ଆଗାମୀ ୫ ଦିନ ଆହୁରି ବର୍ଷିବ। ଆସନ୍ତା ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇଛି। ଯାହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଅସ୍ତବ୍ୟସ୍ତ ହୋଇପଡ଼ିଲାଣି ଜନଜୀବନ।

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ୩୧ରୁ ବର୍ଷାର ପରିମାଣ ବଢ଼ିବ। ୩ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ, ଉତ୍ତର ବଙ୍ଗୋପସାଗର ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ବାରଣ କରଯାଇଛି।

Comments are closed.