Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଆଗାମୀ ୨୪ ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ପ୍ରବଳ ବର୍ଷା ନେଇ ଆଜି ପାଇଁ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ମାଲକାନଗିରି, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ଭାବେ ୧୧ ତାରିଖ ଯାଏ ବର୍ଷା ଲାଗି ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.