ଭୁବନେଶ୍ବର:ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଏହା ଆହୁରି ଘନୀଭୂତ ହେବ। ୨୪ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।
ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ ରହିଛି । ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।
ତେବେ ଏହାର ପ୍ରଭାବ କେତେ ରହିବ, କେଉଁଠି ଅଧିକ ପ୍ରଭାବ ପଡ଼ିବ ଓ ଏହା ବାତ୍ୟାର ରୂପ ନେବା ନା ନାହିଁ ସେନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇନାହିଁ ।
Comments are closed.