ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଦକ୍ଷିଣ ଓଡିଶା -ଉତ୍ତର ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ହୋଇଛି ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସୁଦୃଶ ଲଘୁଚାପରେ ରୂପ ନେଇପାରେ । ତେଣୁ ଆଜିଠୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ସୂଚନା ରହିଛି। ଶନିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି।
ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖ ଯାଏ ବର୍ଷା ହେବାର ସମ୍ବାବନା ରହିଛି। ଆଜି ଏବଂ ଆସନ୍ତାକାଲି କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ସକାଳ ୮.୩୦ରୁ ୧୧ ତାରିଖ ସକାଳ ୮.୩୦ ଯାଏ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଓ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ସେପ୍ଟେମ୍ବର ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଯାଏ ସମାନ ପାଗ ଲାଗି ରହିପାରେ।
ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦେଇଛି।
Comments are closed.