Latest Odisha News

BREAKING NEWS

ଲଘୁଚାପ ସକ୍ରିୟ, ଆସନ୍ତା ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର: ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଉତ୍ତର ଓଡ଼ିଶା ଓ ତତସଂଲଗ୍ନ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବିଜେପି । ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଆଗାମୀ ୧୬ ତାରିଖ ଯାଏ ସମୁଦ୍ର ବାରଣ କରାଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

୧୫ ତାରିଖ ଲାଗି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିଭଳି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆର୍ଲଟ ଦିଆଯାଇଛି ।

Leave A Reply

Your email address will not be published.