ଭୁବନେଶ୍ୱର: ଲୁଘୁଚାପ କ୍ଷେତ୍ର ସୃଷ୍ଟି କଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ଗତକାଲି ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ସୃଷ୍ଟି ହେଲା #ଲଘୁଚାପ
ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | pic.twitter.com/o32IJOHJvP— Meteorological Centre, Bhubaneswar (@mcbbsr) June 25, 2023
ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ୧୦ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ୨ଶହ ମିଲିମିଟରରୁ ଅଧିକ ବର୍ଷା ଆଶଙ୍କା ରହିଛି।
ଆଜିଠାରୁ ବର୍ଷାର ପରିମାଣ ବଢ଼ିବାରୁ ତଳିଆ ଅଞ୍ଚରେ ଜଳବନ୍ଦୀ ପରି ସମସ୍ୟା ଦେଖା ଦେଇପାରେ। ଅତିପ୍ରବଳ ବର୍ଷାରେ ରାସ୍ତା ଦେଖା ନ ହେବାରୁ ସହରମାନଙ୍କରେ ଟ୍ରାଫିକ୍ ସମସ୍ୟା ବି ଦେଖା ଦେଇପାରେ। ତେଣୁ ଟ୍ରାଫିକ୍ ବ୍ୟବସ୍ଥାକୁ ଭଲ ଭାବେ ଯାଞ୍ଚ କରିବାକୁ କୁହାଯାଇଛି।
ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗର ସୂଚନା ଅନୁସାରେ, ରବିବାର ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ହେବ। ୭୦ ମିମିରୁ ୨୦୦ ମିମି ରେକର୍ଡ କରାଯାଇପାରେ। ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Latest satellite imagery!!! pic.twitter.com/WNbjFSd5HH
— Meteorological Centre, Bhubaneswar (@mcbbsr) June 25, 2023
ରବିବାର ସକାଳଠାରୁ ସୋମବାର ସକାଳ ସୁଦ୍ଧା ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ୨୦୦ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.