Latest Odisha News

BREAKING NEWS

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ପୁରୀ ସମେତ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି

ପୁରୀ:ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା। ପାଇଁ ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ। ବର୍ଷକରେ ଥରେ ରତ୍ନସିଂହାସନ ଛାଡ଼ି ନିଜ ଭକ୍ତଙ୍କ ଗହଣକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ପୁରୀରେ ଲାଗି ରହିଛି ବର୍ଷା। ଭିଜୁଛି ବଡ଼ଦାଣ୍ଡ, ଭିଜୁଛନ୍ତି ଭକ୍ତ। ବର୍ଷା ସତ୍ତ୍ବେ ଭକ୍ତଙ୍କ ମଧ୍ୟରେ ଅପାର ଉତ୍ସାହ। ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରଥଯାତ୍ରା ଅବସରରେ ପୁରୀ ସମେତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ଉପକୂଳରେ ଆଜି ଥିଲା। ଉତ୍ତର-ପଶ୍ଚିମରେ ଗତି କରି ଏହା ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ଗତି କରିବ। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଗୁରୁବାର ସକାଳଠାରୁ ପୁରୀ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ଆଉ କେତେକ ଜିଲ୍ଲାରେ ବି ପ୍ରବଳ ବର୍ଷା ଆଶଙ୍କା ଅଛି।

ପାଣିପାଗ ବିଭାଗ ସତର୍କ କରାଇଛି ଯେ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି। ପୁରୀ, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଯାଜପୁରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ୧୭ରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି। ସମ୍ବଲପୁର, ଅନୁଗୁଳର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁରରେ ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

Leave A Reply

Your email address will not be published.