ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଆଜି ମଧ୍ୟାହ୍ନରେ ଅବପାତ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଯାହା ଫଳରେ ଆଜି ୩ଟି ଜିଲ୍ଲା ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ପବନ ବୋହିବ ।
ତେବେ ରାଜ୍ୟର ଅନ୍ୟ ସ୍ଥାନରେ ଧୀରେ ଧୀରେ ବର୍ଷାର ପ୍ରଭାବ ହ୍ରାସ ପାଇବା ସମ୍ଭାବନା ରହିଛି । ୨୨ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବ । ସମୁଦ୍ର ଅଶାନ୍ତ ଥିବାରୁ ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ରକୁ ନଯବିକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
ଅନ୍ୟପଟେ, ସୋମବାର କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ, ପାରଳାଖେମୁଣ୍ଡିରେ ୪୯.୬ ମିମି, ନବରଙ୍ଗପୁରରେ ୩୩.୨ ମିମି, ଢ଼େଙ୍କାନାଳରେ ୨୬.୪ ମିମି, ମାଲକାନଗିରିରେ ୨୧.୨ ମିମି, ଭବାନୀପାଟଣାରେ ୧୦.୨ ମିମି ଏବଂ ତାଳଚେରରେ ୧୦.୦ମିମି ବର୍ଷା ରେକର୍ଡ ହୋଇଛି ।
Comments are closed.