Latest Odisha News

BREAKING NEWS

ଆଜି ସନ୍ଧ୍ୟାରେ ଅବପାତରେ ପରିଣତ ହେବ ଲଘୁଚାପ, ୮ ସକାଳେ ବାତ୍ୟା ଛୁଇଁପାରେ ସ୍ଥଳଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।

ଏହା ପରେ ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ । ବାତ୍ୟା ୮ ତାରିଖ ସକାଳେ ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବା ଆଶଙ୍କା ରହିଛି ।

ପ୍ରଭାବରେ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗର ୬ ଓ ୭ ତାରିଖରେ ଅଶାନ୍ତ ରହିବ । ୬ରୁ ୯ ତାରିଖ ଯାଏ ଅଶାନ୍ତ ରହିବ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ବାତ୍ୟାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟରେ ଶୁଖିଲା ପାଗ ଲାଗି ରହିବ । ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ଆଉ ୨ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.