Latest Odisha News

BREAKING NEWS

Weather Update: ଲଘୁଚାପ ପ୍ରଭାବ: ରାଜ୍ୟରେ ଆହୁରି ୩ ଦିନ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ରାଜ୍ୟରେ ମୌସୁମିଜନିତ ବର୍ଷା ଜାରି ରହିଛି। ତେଣୁ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି।

ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହେବ।

୧୭ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୮ ଓ ୧୯ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରରେ ଆଜି ସକାଳୁ ମେଘୁଆ ପାଗ ରହିଛି।

Comments are closed.