Latest Odisha News

BREAKING NEWS

Weather Update: ପୁଣି ଦାନା ବାନ୍ଧୁଛି ଲଘୁଚାପ, ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ହେବ।

ସମ୍ଭାବ୍ୟ ଲଘୁଚାପ ୨୬ ତାରିଖବେଳକୁ ଅବପାତ ରୂପ ନେଇପାରେ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ।ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ କିଛି କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୨୭ ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା ସମ୍ଭାବନା ଅଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ଶୁକ୍ରବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ। ୨୫ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨

୭ ଓ ୨୮ରେ ବର୍ଷା ପରିମାଣ ବଢ଼ିପାରେ । ଏହି ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୨୯ରୁ ବର୍ଷା କମିପାରେ। ତା’ପରେ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଆଜି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Comments are closed.