Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ୧୨ ଘଣ୍ଟାରେ ଲଘୁଚାପ, ୧୫ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ବର୍ଷାରେ ଭିଜୁଛି ଓଡ଼ିଶା । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି ।

ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୪ ତାରିଖରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରୀ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ ।

ଓଡ଼ିଶା ଉପକୂଳ ଏବଂ ଆଖପାଖ ଅଞ୍ଚଳରେ ଝଡ଼ ପବନ ଘଣ୍ଟା ପ୍ରତି ୪୫ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏ ରହିବ । ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ, ମତ୍ସ୍ୟଜୀବୀଙ୍କୁ ୧୫ ତାରିଖ ଯାଏ ସମୁଦ୍ର ବାରଣ କରାଯାଇଛି । ଉପରମୁଣ୍ଡରେ ବର୍ଷା ବଢ଼ୁଥିବାରୁ ହୀରାକୁଦର ଜଳସ୍ତର ବଢ଼ୁଛି । ଫଳରେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି । ବର୍ତ୍ତମାନ ୨୪ଟି ଗେଟ୍ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ହେଉଛି ।

ଆଜି ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ରୁ ୩ ସେଣ୍ଟିମିଟର ବର୍ଷା ହେବା ନେଇ ଆକଳନ କରାଯାଇଛି । ଫଳରେ କଟକ ଓ ଭୁବନେଶ୍ୱରର ତଳିଆ ଅଞ୍ଚଳ ଜଳମଗ୍ନ ହେବ । ଦୃଶ୍ୟମାନ କ୍ଷମତା କମିବ । ଅଣ୍ଡରପାସରେ ପାଣି ଜମିବାର ଆଶଙ୍କା ରହିଛି ।

Leave A Reply

Your email address will not be published.