Latest Odisha News

BREAKING NEWS

ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ଯୋଗୁ ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଜୁଲାଇ ୨୧ରେ କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, ଦେଓଗଡ ଏବଂ ଅନୁଗୁଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ଏହାଛଡା ଖୋର୍ଦ୍ଧା, ପୁରୀ, କୋରାପୁଟ, ମାଲକାନଗିରି, ବାଲେଶ୍ବର, କନ୍ଧମାଳ, ଯାଜପୁର, ମୟୂରଭଞ୍ଜ ଏବଂ ସୁନ୍ଦରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଢେଙ୍କାନାଳ, ରାୟଗଡା, କନ୍ଧମାଳ, ବୌଦ୍ଧରେ ବଜ୍ରପାତର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

ଜୁଲାଇ ୨୨ରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ସମ୍ବଲପୁର ଏବଂ ଦେଓଗଡର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ।

ଜୁଲାଇ ୨୩ରେ ଅଙ୍ଗୁଲ, ବୈଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ, କଳାହାଣ୍ଡି ଏବଂ ସୋନୋପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା।

ଜୁଲାଇ ୨୪ ତାରିଖରେ ବରଗଡ, ନବରଙ୍ଗପୁର, ନୁଆପଡା, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଏବଂ ଦେଓଗଡର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୨୫ରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ବାଲେଶ୍ବର, କୋରାପୁଟ ଏବଂ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି।

Leave A Reply

Your email address will not be published.