ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୮ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପର ବିଶେଷ ପ୍ରଭାବ ରହିବନି। ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।
ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିବାର ସମ୍ଭାବନା ଅଛି । ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି ।
ଅନ୍ୟପଟେ ରାଜ୍ୟରେ ପୁଣି ଉପରମୁହାଁ ପାରଦ। ଆଜିଠୁ ଆହୁରି ବଢିବ ତାପମାତ୍ରା। ଆସନ୍ତା ୨୪ ଘଣ୍ଟାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ରେକର୍ଡ ହୋଇଛି। ଅନୁଗୁଳ, ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ୪୧, ବଲାଙ୍ଗିର ଓ ସୋନପୁରରେ ୪୦.୮, ସମ୍ବଲପୁରରେ ୪୦.୬ ଡିଗ୍ରୀ ରେକର୍ଡ ହୋଇଛି।
Comments are closed.