Latest Odisha News

BREAKING NEWS

ସକ୍ରିୟ ରହିଛି ଲଘୁଚାପ: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଜି ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ନୂଆପଡା, ଗଜପତି, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ତେବେ ଆସନ୍ତା ୨୯ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି। ଉପକୂଳ ଓଡ଼ିଶାରେ ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ଥିବାରୁ ତୁହାକୁ ତୁହା ବର୍ଷା ଲାଗି ରହିବ। ବର୍ଷା ସମୟରେ ଘଣ୍ଟାପ୍ରତି ୪୫ରୁ ୫୫କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଆଜି ସମୁଦ୍ର ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୫.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୧୨.୬ ମିଲିମିଟର ତୁଳନାରେ ୨୦ ପ୍ରତିଶତ ଅଧିକ ରହିଛି। ବୁଧବାର କଳାହାଣ୍ଡି ଜିଲ୍ଲାର ଜଇପାଟଣା ଠାରେ ୧୦୬ ମିଲିମିଟର ସହ ରାଜ୍ୟର ସର୍ବାଧିକ ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.