Latest Odisha News

BREAKING NEWS

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଗତ ୨୪ ଘଂଟା ମଧ୍ୟରେ ଘନୀଭୁତ ହୋଇପାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ଧୀରେ ଧୀରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଆନ୍ଧ୍ର ଉପକୂଳରେ ଏହା ଘନୀଭୂତ ହୋଇ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହେବ । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସହ ଉପକୂଳ ଅଂଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଦକ୍ଷିଣ ଓ ଉପକୂଳ ଓଡିଶାରେ ୩ ଦିନ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.