Latest Odisha News

BREAKING NEWS

ଆସୁଛି ଲଘୁଚାପ: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ

ଭୁବନେଶ୍ଵର: ଆସୁଛି ଲଘୁଚାପ ! ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ। ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ସହ ଉପକୂଳ ଜିଲ୍ଲାମାନଙ୍କରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। କିନ୍ତୁ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଆଶଙ୍କା ରହିଛି ।

ଆସନ୍ତା ୨୪ ଘଣ୍ଟାରେ ୫ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।  ବିଜୁଳି ଓ ଘଡ଼ଘଡ଼ି ନେଇ ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୮ ତାରିଖ ଦିନ କୋରାପୁଟ୍, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ‌ସେହିଭଳି ୯ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Comments are closed.