Latest Odisha News

BREAKING NEWS

ଆସୁଛି ଲଘୁଚାପ ! ନଭେମ୍ବର ୧୫ରୁ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିପାରେ

ଭୁବନେଶ୍ୱର: ନଭେମ୍ବର ୧୪ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଚକ୍ରବାତି ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି । ପରେ ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ।

ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ବୁଲେଟିଂରେ କୁହାଯାଇଛି, ଏହା ଉତ୍ତର ପଶ୍ଚିମ ଦିଗରେ ଆଗକୁ ବଢିପାରେ । ନଭେମ୍ବର ୧୬ ତାରିଖରେ ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଦିଗକୁ ଗତି କରିପାରେ ।

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ନଭେମ୍ବର ୧୫ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ଥିବାରୁ ନଭେମ୍ବର ୧୬ ରାତିରୁ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି ।

ଗଜପତି, କୋରାପୁଟ, ରାୟଗଡା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଜାଜପୁର, କେନ୍ଦୁଝରରେ ନଭେମ୍ବର ୧୬ରୁ ୧୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Comments are closed.