ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଆଉ ଗୋଟିଏ ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିବ । ଏବେ ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ୍ ସାର୍କୁଲେସନ୍ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Under influence of cyclonic circulation over #Northeast & adjoining #Eastcentral #BayofBengal, a #LowPressure Area is likely to form over #North & adjoining #Central Bay of Bengal during next #24hours.#Monsoon2021 #monsoon pic.twitter.com/csdw5ti2P3
— Meteorological Centre, Bhubaneswar (@mcbbsr) September 5, 2021
ଆସନ୍ତାକାଲି ଦକ୍ଷିଣ, ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ ।
ସେହିପରି ୭ ତାରିଖରେ ପଶ୍ଚିମ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ୭ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲିଠାରୁ ସମୁଦ୍ର ଅଶାନ୍ତ ରହିବ । ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବ । କାଲିଠୁ ଦୁଇ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ଆଜି ରାଜ୍ୟକ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
Comments are closed.