Latest Odisha News

୧୩ ତାରିଖରେ ଆଉ ଏକ ଲଘୁଚାପ, ଏସବୁ ଜିଲ୍ଲାରେ ବର୍ଷିବ !

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ । ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

୧୩ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ତେବେ ବଡ଼ ଧରଣର କିମ୍ବା ଲଗାଣ ବର୍ଷା ସମ୍ଭାବନା ନାହିଁ । ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ୧୩ ତାରିଖରେ ପ୍ରବଳ ବର୍ଷିପାରେ ।

୧୪ ତାରିଖରେ ବଲାଙ୍ଗିର, ନୂଆପଡ଼ା, ସୋନପୁର, କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.