ଭୁବନେଶ୍ୱର: ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଉତ୍ତରପଶ୍ଚିମ ବଙ୍ଗୋପାସଗର ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା
କିଛି ଜିଲ୍ଲାର ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ
ତଳୁଆ ଅଞ୍ଚଳରେ ପାଣିଜମିବା ସହ ସହର ଅଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା
— Meteorological Centre, Bhubaneswar (@mcbbsr) July 18, 2023
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ । ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ ।
୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଥିବା ବେଳେ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।
ଆସନ୍ତାକାଲି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ୟଲୋ ଆଲର୍ଟ ଦେଇଛି ପାଣିପାଗ ବିଭାଗ ।
୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଥିବା ବେଳେ ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ଦେବଗଡ଼, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।
୨୧ ତାରିଖରେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ଏବଂ ୨୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୦ରୁ ୨୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ବାରଣ କରାଯାଇଛି ।
Comments are closed.