Latest Odisha News

BREAKING NEWS

୪୮ ଘଣ୍ଟାରେ ଲଘୁଚାପ ! ୨୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଉତ୍ତରପଶ୍ଚିମ ବଙ୍ଗୋପାସଗର ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ । ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ ।

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଥିବା ବେଳେ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

ଆସନ୍ତାକାଲି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ୟଲୋ ଆଲର୍ଟ ଦେଇଛି ପାଣିପାଗ ବିଭାଗ ।

୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଥିବା ବେଳେ ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ଦେବଗଡ଼, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୨୧ ତାରିଖରେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ଏବଂ ୨୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୨୦ରୁ ୨୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ବାରଣ କରାଯାଇଛି ।

Leave A Reply

Your email address will not be published.