Latest Odisha News

BREAKING NEWS

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା , ୨୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ବୁଧବାର ଠାରୁ ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏବେ ଘନିଭୂତ ହେଉଛି ମିଆଁମାରରେ ଉପକୂଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି ବଳୟ।  ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପରେ ଏହା ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା ଉପକୂଳ ପହଞ୍ଚିବ । ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ । ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା ସମ୍ଭାବନା ରହିଥିବା  ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ପାଗ ଅନୁକୂଳ ରହିଲେ ଏହା ଅବପାତ ଏବଂ ଗଭୀର ଅବପାତରେ ପରିଣତ ହୋଇପାରେ  ।୨୫ ଓ ୨୬ ତାରିଖରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ନେଇ ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାର ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାର ପ୍ରଭାବରେ ୨୫ରୁ ୨୭ତାରିଖ ମଧ୍ୟରେ ,କଟକ, ପୁରୀ, ଖୋର୍ଦ୍ଧା, ଭଦ୍ରକ, , କେନ୍ଦ୍ରାପଡ଼ା,ବାଲେଶ୍ୱର ,ଜଗତସିଂହପୁର,ଯାଜପୁର  ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ୨୫ ଓ ୨୬ ତାରିଖ ଦୁଇଦିନ ଗଭୀର ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.