Latest Odisha News

BREAKING NEWS

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ଦୁଇ ଦିନ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାରପ ରୂପ ନେଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି । ଆଗାମୀ ୨ ଦିନ ଯାଏ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।

ଆଜି ପାଇଁ ୧୨ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁସାରେ ଏଥିରୁ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ସମ୍ୱଲପୁର, ସୁବର୍ଣ୍ଣପୁର, ନୟାଗଡ଼, ଅନୁଗୋଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷିବ ।

ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମୌସୁମୀ ନିଷ୍କ୍ରିୟ ରହିଛି । ଜୁନରୁ ଆଜି ଭିତରେ ରାଜ୍ୟରେ ୨୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

Leave A Reply

Your email address will not be published.