Latest Odisha News

BREAKING NEWS

ବଙ୍ଗୋସାଗରରେ ସୃଷ୍ଟି ହେଲା ଲଘୁଚାପ: ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି। ଫଳରେ ଆଜି ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

୮ ଜିଲ୍ଲା ଓ ୨୪ ତାରିଖ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ସୁସ୍ପଷ୍ଟ ହେବ ।

ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସ‌ହ ୩୦ରୁ ୪୦ କିମି ବେଗରେ ପବନ ବ‌ହିବାର ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ଦିନ ମୟୂରଭଞ୍ଜ, ଯାଜପୁର ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହିସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ ଏବଂ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଦେଖାଯିବ।

Comments are closed.