ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିନ ଘନୀଭୂତ ହୋଇ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା ପାଗ ମେଘୁଆ ରହିଛି । ୩୦ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷା ।
ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ୱଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ ।
ଗତକାଲିର #ଲଘୁଚାପ କ୍ଷେତ୍ର ଆଜି #ଘନୀଭୂତ ହୋଇ ଦକ୍ଷିଣ-ବଙ୍ଗଳାଦେଶ ତଥା ଉତ୍ତର-ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ #ସୁଦୃଶ–#ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି | ଏହା ଆଗାମୀ #୪୮ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି #ପଶ୍ଚିମବଙ୍ଗ, #ଝାଡ଼ଖଣ୍ଡ, ଏବଂ #ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି | pic.twitter.com/soDBUogg1N
— Meteorological Centre, Bhubaneswar (@mcbbsr) July 28, 2021
ଆସନ୍ତାକାଲି ପାଇଁ ୧୪ ଜିଲ୍ଲା ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କନାଳ, ଅନୁଗୁଳ, ବୌଦ୍ଧ ଓ ସୋନପୁର ଜିଲ୍ଲାରୁ ଜାରି ହୋଇଛି ୟେଲୋ ସତର୍କତା । ୩୦ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି ।
ଲଘୁଚାପ ପ୍ରଭାବରେ ଉତ୍ତର-ପୂର୍ବ ବଙ୍ଗୋପସାଗ ଅଞ୍ଚଳରେ ଝଡ଼ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ୩୦ ଯାଏ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳର ଗଭୀର ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
Comments are closed.