Latest Odisha News

BREAKING NEWS

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଉତ୍ତର ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଉ ଏକ ଘୂର୍ଣ୍ଣିବଳୟ ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ସୋନପୁର, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଥିବା ବେଳେ ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆସନ୍ତାକାଲି ୧୭ ତାରିଖରେ ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ସୋନପୁର, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି । ୧୯ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୦ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ନେଇ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

Leave A Reply

Your email address will not be published.