Latest Odisha News

BREAKING NEWS

ଆଜି ସନ୍ଧ୍ୟା ସୁଦ୍ଧା ଆଣ୍ଡାମାନ ସାଗରରେ ହୋଇପାରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଥାଇଲ୍ୟାଣ୍ଡରୁ ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଛି ଏକ ସମ୍ଭାବ୍ୟ ପାଣିପାଗ ପ୍ରଣାଳୀ। ଏହାର ପ୍ରଭାବରେ ଆଜି ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ପ୍ରଣାଳୀଟି କ୍ରମଶଃ ଶକ୍ତିଶାଳୀ ହେବ ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ ବୋଲି ଆଶା କରାଯାଉଛି। ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ଆଗାମୀ ଦିନଗୁଡ଼ିକରେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏପରିକି କିଛି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ୨୨ ତାରିଖରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଗଜପତି ଓ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ଥିବା ବେଳେ  ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ସେହିପରି ୨୩ ତାରିଖରେ ମାଲକାନଗିରି ଓ କୋରାପୁଟ, ବାଲେଶ୍ବର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୪ ତାରିଖରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ।

ଉଲ୍ଲେଖଯୋଗ୍ୟ, ୧୯ ତାରିଖଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଭାରତରୁ ବିଦାୟ ଜନିତ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପ୍ରଥମେ ପଶ୍ଚିମ ରାଜସ୍ଥାନରୁ ପ୍ରତ୍ୟାବର୍ତ୍ତନ କରିବ।

Leave A Reply

Your email address will not be published.