Latest Odisha News

BREAKING NEWS

ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଏସବୁ ଜିଲ୍ଲାରେ…

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାକୁ ଲାଗି ରହିଥିବା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ର ପୂର୍ବାନୁମାନ ଅନୁଯାୟୀ, ଏହା ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି କରିପାରେ।

ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ଏବଂ ଆଜି ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ଏହା ଏକ ଅବପାତରେ ପରିଣତ ହୋଇପାରେ। ଏହା ପରେ ସେପ୍ଟେମ୍ବର ୨୨ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ।

୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଦିଆଯାଇଥିବା ବେଳେ ୨୩ରୁ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

ଅନ୍ୟପକ୍ଷରେ ସୋମବାର ସକାଳୁ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ସମୁଦ୍ର ଅଶାନ୍ତ ହୋଇପଡ଼ିଥିବା ବେଳେ ଉଚ୍ଚ ଜୁଆର ଏବଂ ପବନର ପ୍ରଭାବ ଦେଖିବାକୁ ମିଳୁଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସେପ୍ଟେମ୍ବର ୨୧ ରୁ ୨୪ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଏପଟେ ପ୍ରବଳ ବର୍ଷା, ଜଳବନ୍ଦୀ ସ୍ଥିତି, ବଜ୍ରପାତ, ଭୂ-ସ୍ଖଳନ ତଥା ଜନଜୀବନ କ୍ଷୟକ୍ଷତିର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.