Latest Odisha News

BREAKING NEWS

ଆଜି ଅବପାତ ରୂପ ନେବ ଲଘୁଚାପ, ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାକୁ ତାତି ପାଇଁ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜି ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ ଏବଂ ଦକ୍ଷିଣ ବଙ୍ଗୋପସାଗରର କେତେକ ଅଞ୍ଚଳ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅନେକ ଅଞ୍ଚଳକୁ ସ୍ପର୍ଶ କରିଛି । ଆଗକୁ ଦକ୍ଷିଣ ଆରବ ସାଗର କିଛି ଅଞ୍ଚଳ, ମାଳଦ୍ବୀପର କିଛି ଅଂଶ, ଲାକ୍ଷାଦ୍ବୀପର ଅନେକ ଅଞ୍ଚଳ, କେରଳ, ତାମିଲନାଡୁ, ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର କିଛି ଅଞ୍ଚଳ, ଉତ୍ତର ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର କିଛି ଅଞ୍ଚଳକୁ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି ।

ସେହିପରି, ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସନ୍ଧ୍ୟାରେ ଲଘୁଚାପ ରୂପ ନେଇଛି । ଏହାର ପ୍ରଭାବରେ ପଶ୍ଚିମ ଉପକୂଳ ଗୁଜରାଟ, ଗୋଆ, କର୍ଣ୍ଣାଟକ ଏବଂ କେରଳରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ, ଆହୁରି ସପ୍ତାହ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ସେହିପରି ଓଡିଶାରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଜାରି ରହିବ । ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ପାଇଁ ଚେତାବନୀ ଦିଆଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।

ବୁଧବାର ରାଜ୍ୟର ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ, ବୌଦ୍ଧରେ ୪୦.୨ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବର ୩୭.୨ ଏବଂ କଟକରେ ୩୪.୮ଡିଗ୍ରୀ ରେକର୍ଡ ହୋଇଛି ।

Comments are closed.