Latest Odisha News

BREAKING NEWS

ଦଶହରାରେ ଲଘୁଚାପ: ୧୫-୧୬ ବେଳକୁ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବ

ଭୁବନେଶ୍ୱର: ବର୍ଷାରେ ଭିଜିବ ଦଶହରା । ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ-ସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପରବର୍ତୀ ସମୟରେ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବ । ପରବର୍ତ୍ତୀ ୪-୫ ଦିନ ଯାଏ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଅର୍ଥାତ ୧୫-୧୬ ତାରିଖ ବେଳକୁ ଓଡ଼ିଶାରେ ଲଘୁଚାପ ପ୍ରଭାବରେ ବର୍ଷା ହୋଇପାରେ ।

ଏହାର ପ୍ରଭାବ କ’ଣ ରହିବ, ଏଯାଏ କୌଣସି ଆକଳନ କରାଯାଇ ନାହିଁ । ଆସନ୍ତା ୫ ଦିନ ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଆଜି ମାଲକାନଗିରି, କେରାପୁଟ, ରାୟଗଡ଼ା ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପା‌ତ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.